Saturday, November 14, 2026
Home ଆଞ୍ଚଳିକ ରାଜ୍ୟରେ ପଜିଟିଭ ଚିହ୍ନଟ, ୬ ମୁଣ୍ଡ ନେଲା କରୋନା

ରାଜ୍ୟରେ ପଜିଟିଭ ଚିହ୍ନଟ, ୬ ମୁଣ୍ଡ ନେଲା କରୋନା

6

୦୪/୧୦/୨୧ (ଜିଲ୍ଲା ଖବର) : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୮୩୬୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୬୯ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୪ ଜଣ ପଜିଟିଭ ରହିଛନ୍ତି ।

ଏହାସହ ରାଜ୍ୟରେ ମୃତ୍ୟୁସଂଖ୍ୟା ବି ହ୍ରାସ ପାଇଛି । ଆଜି ରାଜ୍ୟରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।