Saturday, October 10, 2026
Home ଆଞ୍ଚଳିକ 820 କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

820 କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

12

ଗଜପତି,୦୪/୧୦/୨୧ (ଜିଲ୍ଲା ଖବର) :  ଗଜପତି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାରଳାଖେମୁଣ୍ଡିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗଜପତି ଜିଲ୍ଲା ପାଇଁ ୮୨୦ କୋଟି ଟଙ୍କା ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି ସିଏମ ।

ଜିଲ୍ଲାରେ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିଛନ୍ତି  ମୁଖ୍ୟମନ୍ତ୍ରୀ । ୯୬ ହଜାର ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରହିଛି । ୫ ଦିନରେ ପର୍ଯ୍ୟାୟ କ୍ରମେ ଏହି କାର୍ଡ ବଣ୍ଟନ କରାଯିବ । ଏଥିପାଇଁ ଜିଲ୍ଲାର ୧୬୪ଟି ସ୍ଥାନରେ ବ୍ୟବସ୍ଥା କରାଯାଇଛି । ସେପଟେ ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ ନିବେଦନ କରିଛନ୍ତି ।