Monday, November 16, 2026
Home ଆଞ୍ଚଳିକ ଯୁବ ସାମ୍ବାଦିକ ସତ୍ୟଜିତଙ୍କ ବିୟୋଗରେ ଧର୍ମେନ୍ଦ୍ରଙ୍କ ଶୋକ

ଯୁବ ସାମ୍ବାଦିକ ସତ୍ୟଜିତଙ୍କ ବିୟୋଗରେ ଧର୍ମେନ୍ଦ୍ରଙ୍କ ଶୋକ

8

୦୬/୧୦/୨୧ (ଜିଲ୍ଲା ଖବର) : ଯୁବ ସାମ୍ବାଦିକ ସତ୍ୟଜିତ ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଟ୍ଵିଟ କରି ଶ୍ରୀ ପ୍ରଧାନ ଲେଖିଛନ୍ତି ଯେ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ।

ସେ ଆହୁରି ଲେଖିଛନ୍ତି ଯେ, ତାଙ୍କ ବିୟୋଗରେ ଓଡ଼ିଶା ସାମ୍ବାଦିକତା ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି । ଅମରଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

 କୋଭିଡରେ ସଂକ୍ରମିତ ହୋଇ ୪୪ ବର୍ଷ ବୟସରେ ଆଖି ବୁଜିଛନ୍ତି ବରିଷ୍ଠ ସାମ୍ବାଦିକ ସତ୍ୟଜିତ । ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ।