Monday, November 16, 2026
Home ଆଞ୍ଚଳିକ ରାଜ୍ୟରେ ଚିହ୍ନଟ ହେଲେ ପଜିଟିଭ, ୪ ମୁଣ୍ଡ ନେଲା କରୋନା

ରାଜ୍ୟରେ ଚିହ୍ନଟ ହେଲେ ପଜିଟିଭ, ୪ ମୁଣ୍ଡ ନେଲା କରୋନା

12

୦୬/୧୦/୨୧ (ଜିଲ୍ଲା ଖବର) : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା ।  ଗତ ୨୪ ଘଣ୍ଟା ମଧ୍ୟରେ ୫୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୪୧୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୭ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୦ ଜଣ ପଜିଟିଭ ରହିଛନ୍ତି ।

ଏହାସହ ଆଜି ରାଜ୍ୟରେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।