
୦୮/୧୦/୨୧ (ଜିଲ୍ଲା ଖବର) : ଅରୁଣାଚଳ ପ୍ରଦେଶରେ ଭାରତ ଓ ଚୀନ୍ ସେନା ମୁହାଁମୁହିଁ । ଗତ ସପ୍ତାହରେ ପେଟ୍ରୋଲିଂ ବେଳେ ଦୁଇ ଦେଶର ସୈନ୍ୟ ମୁହାଁମୁହିଁ ହୋଇଥିଲେ । ୨୦୦ ଚୀନ ସେନା ଏଲ୍ଏସି ଆଡକୁ ମାଡି ଆସୁଥିବା ବେଳେ ଅଟକାଇଥିଲେ ଭାରତୀୟ ଯବାନ । କମାଣ୍ଡର ସ୍ତରୀୟ ଆଲୋଚନା ପରେ ଚୀନ୍ ସେନା ପଛକୁ ହଟିଥିଲେ ।
ସୂଚନା ଅନୁସାରେ ଗତ ସପ୍ତାହରେ ତୱାଙ୍ଗ ସେକ୍ଟରରେ ଏପରି ପରିସ୍ଥିତି ସୃଷ୍ଟି ହୋଇଥିଲା । ଚୀନର ପାଖାପାଖି ୨୦୦ ସୈନିକ ଏଲ୍ଏସି ପାର କରି ଭାରତୀୟ ସୀମାକୁ ପ୍ରବେଶ ପାଇଁ ଉଦ୍ୟମ କରିଥିଲେ । ଏହି ସମୟରେ ଦୁଇ ଦେଶର ସୈନ୍ୟବାହିନୀ ମୁହାଁମୁହିଁ ହୋଇଥିଲେ । କିଛି ଘଣ୍ଟା ଧରି ଝଗଡା ଲାଗି ରହିଥିଲା । ଏଥିରେ କେହି ଆହତ ହୋଇଥିବା ନେଇ ସୂଚନା ମିଳିନାହିଁ ।


