
ଭୁବନେଶ୍ୱର,୦୮/୧୦/୨୧ (ଜିଲ୍ଲା ଖବର) : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଦିନକୁ ଦିନ ରାଜ୍ୟରେ ସଂକ୍ରମଣ ସଂଖ୍ୟା କମୁଥିବାବେଳେ ଆଜି ୫୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୦୫୧୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୬ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୧୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୫ ଜଣ ପଜିଟିଭ୍ ରହିଛନ୍ତି ।


