
ନୂଆଦିଲ୍ଲୀ,୦୮/୧୦/୨୧ (ଜିଲ୍ଲା ଖବର) : ଆଜି ଭାରତୀୟ ବାୟୁସେନାର ୮୯ ତମ ପ୍ରତିଷ୍ଠା ଦିବସ। ବାୟୁସେନା ପ୍ରତିଷ୍ଠା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାୟୁ ଯୋଦ୍ଧା ଓ ସେମାନଙ୍କ ପରିବାରବର୍ଗଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ଉତ୍ତରପ୍ରଦେଶ ହିଣ୍ଡନ ଏୟାରବେସ୍ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ବାୟୁସେନାର ବିଭିନ୍ନ ବିମାନ ପକ୍ଷରୁ ସାମରିକ କୌଶଳ ପ୍ରଦର୍ଶନ କରାଯିବା ସହ ଲଢୁଆ ବିମାନ ମଧ୍ୟ ପ୍ରଦର୍ଶିତ ହେବ।
୧୯୩୨ ମସିହା ଆଜିର ଦିନରେ ଭାରତୀୟ ବାୟୁସେନା ସ୍ଥାପନ କରାଯାଇଥିଲା। ଏହା ପରଠାରୁ ଭାରତୀୟ ବାୟୁସେନା ଦେଶପାଇଁ ଅନେକ ସେବା କରି ଆସୁଛି।


