Saturday, November 14, 2026
Home ଆଞ୍ଚଳିକ ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ, ୧୨ରୁ ରାଜ୍ୟର ବିଭିନ୍ନ ସ୍ଥାନରେ...

ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ, ୧୨ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

12

୦୮/୧୦/୨୧ (ଜିଲ୍ଲା ଖବର) : ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ୨୪ଘଣ୍ଟାରେ ଏହା ସକ୍ରିୟ ହେବା ସହିତ ୧୦ତାରିଖ ବେଳକୁ ଏହା ଲଘୁଚାପର ରୂପ ନେବ । ପ୍ରଭାବରେ ଆସନ୍ତା ୧୨ଅକ୍ଟୋବର ଠାରୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ତେବେ ଲଘୁଚାପ ସକ୍ରିୟ ହୋଇ ଦକ୍ଷିଣ ଓଡିଶା ଏବଂ ଆନ୍ଧ୍ର ଉପକୂଳ ଆଡେ ମୁହାଁଇବ। ତେବେ ଏହି ଲଘୁଚାପ ବାତ୍ୟାର ରୂପ ନେବ କି ନନେବ ତାହା ୧୦ରେ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ଅନ୍ୟପଟେ ଆଗାମୀ ୨୪ ଘଣ୍ଟା ପାଇଁ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କିଛି କିଛି ଜିଲ୍ଲା ଗୁଡିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଗତକାଲି ରାତିରେ ମଧ୍ୟ ରାଜଧାନୀର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଥିଲା।