Thursday, November 12, 2026
Home ଆଞ୍ଚଳିକ ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ

6

୦୯/୧୦/୨୧ (ଜିଲ୍ଲା ଖବର) : ଆସୁଛି ଆଉ ଏକ ଲଘୁଚାପ । ୪୮ ଘଣ୍ଟାରେ ଲଘୁଚାପର ରୂପ ନେଇପାରେ ଘୂର୍ଣ୍ଣିବଳୟ। ୪ ରୁ ୫ ଦିନ ଭିତରେ ସ୍ପଷ୍ଟ ହେବ ଚିତ୍ର । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମୁହାଁ ହେବା ସମ୍ଭାବନା ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଉତ୍ତର ଆଣ୍ଡାମାନ-ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୩.୧ ରୁ ୫.୮ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି। ଯାହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ପରବର୍ତ୍ତୀ ସମୟରେ ସମ୍ଭାଵ୍ୟ ଲଘୁଚାପ କ୍ଷେତ୍ର  ଘନୀଭୂତ ହେବ ।  ୪ ରୁ ୫ ଦିନ ଯାଏଁ  ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି।