Wednesday, November 11, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୬୫୨ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୬୫୨ କରୋନା ପଜିଟିଭ୍ ଚିହ୍ନଟ

13

୧୦/୧୦/୨୧ (ଜିଲ୍ଲା ଖବର) : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଆଜି ରାଜ୍ୟରେ ୬୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୧୬୯୬ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୦ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୭୨ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୨ ଜଣ ପଜିଟିଭ ରହିଛନ୍ତି ।