Tuesday, November 17, 2026
Home ଆଞ୍ଚଳିକ ପାର୍ବଣରେ ପ୍ରକୃତିର କୋପ, ଆସୁଛି ଆଉ ଏକ ଲଘୁଚାପ

ପାର୍ବଣରେ ପ୍ରକୃତିର କୋପ, ଆସୁଛି ଆଉ ଏକ ଲଘୁଚାପ

4

୧୦/୧୦/୨୧ (ଜିଲ୍ଲା ଖବର) : ବର୍ଷାରେ ଭିଜିବ ଦଶହରା। ଉତ୍ତର ଆଣ୍ଡାମାନ-ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାକି ୪୮ଘଣ୍ଟାରେ ଲଘୁଚାପରେ ପରିଣତ ହେବ ଏବଂ ପରେ ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ। ତେବେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଯାହାକୁ ନେଇ ଚିନ୍ତାରେ ପୂଜା ମଣ୍ଡପ ଆସୋସିଏସନ।

ବର୍ଷାରେ ଭିଜିବ ଦଶହରା। ଉତ୍ତର ଆଣ୍ଡାମାନ-ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୩.୧ ରୁ ୫.୮ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ଯାହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତୀ ସମୟରେ ସମ୍ଭାଵ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହେବ । ୪ ରୁ ୫ ଦିନ ଯାଏଁ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି ।

ଉତ୍ତର-ପୂର୍ବ ଦିଗରେ ସମୁଦ୍ର ପତ୍ତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଟ୍ରଫ୍ ଲାଇନ୍ ସୃଷ୍ଟି ହୋଇଛି। ଏହି ଟ୍ରଫ୍ ଲାଇନ୍ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟାଗଡ଼ା, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

୧୦ ତାରିଖରେ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାକି ପରେ ୱେଲମାର୍କ ଲଘୁଚାପରେ ପରିଣତ ହେବ। ତେବେ ଏହାର ପ୍ରଭାବ କଣ ରହିବ ତାହା ଆକଳନ କରାଯାଇନି।