
୧୧/୧୦/୨୧ (ଜିଲ୍ଲା ଖବର ) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୯ ଜଣଙ୍କ ବୟସ ୧୮ ବର୍ଷରୁ କମ ରହିଛି । ସେହିପରି ମୋଟ ୪୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୯ ଜଣ କ୍ୱାରେଣ୍ଟାଇନରୁ ଓ ୧୮୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ସରକାରୀ ତଥ୍ୟରୁ ଜଣାପଡ଼ିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେପଟେ ଆଜି ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।


