Tuesday, November 17, 2026
Home ଆଞ୍ଚଳିକ ଲଘୁଚାପର ରୂପ ନେବ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ

ଲଘୁଚାପର ରୂପ ନେବ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ

5

ଭୁବନେଶ୍ୱର,୧୧/୧୦/୨୧ (ଜିଲ୍ଲା ଖବର ) : ଲଘୁଚାପର ରୂପ ନେବ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା ରହିଛି । ଯାହାକୁ ନେଇ ୫ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏବେ ଆଣ୍ଡାମାନରେ ପ୍ରବଳ ବର୍ଷା ହେଉଛି।

ଏହା ୩ରୁ ୪ ଦିନ ସମୁଦ୍ର ଭିତରେ ବଳ ଗୋଟାଇବା ପରେ ସ୍ଥଳଭାଗକୁ ଛୁଇଁବ। ଏହି ୫ଦିନରେ ଲଘୁଚାପ ବାତ୍ୟାର ରୂପ ନେବାର ସମ୍ଭାବନା ଅଧିକ। ସମୁଦ୍ରରେ ଜଳବାୟୁର ସ୍ଥିତି, ପବନର ଦିଗ ଏବଂ ଓଡ଼ିଶାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରୁଥିବାରୁ ଏହି ବାତ୍ୟା ଓଡିଶାରେ ମାଡ ହେବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରୁଛନ୍ତି। ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ। ଯଦି ଏହା ବାତ୍ୟାର ରୂପ ନେବ ତ ଏହା କେତେ ଭୟଙ୍କର ହେବ ତାହା ଆଗାମୀ ଦିନେ ଦୁଇ ଦିନ ମଧ୍ୟରେ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।