
ଭୁବନେଶ୍ୱର, ୧୨/୧୦/୨୧ (ଜିଲ୍ଲା ଖବର) : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୯ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବର୍ଗ ବୟସର ୬୨ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି।
ସଂକ୍ରମିତଙ୍କ ମଧ୍ୟରୁ ୩୦୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୨୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୬୭୩କୁ ବୃଦ୍ଧି ପାଇଛି।
ଏହାସହ ରାଜ୍ୟରେ ପୁଣି 6ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୨୬୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।


