ମାଲକାନଗିରିରେ ପୋଲିସ-ମାଓବାଦୀ ଗୁଳିବିନିମୟ, ଜଣେ ମାଓବାଦୀ ମୃତ

29

ମାଲକାନଗିରି, ୧୨/୧୦/୨୧ (ଜିଲ୍ଲା ଖବର) : ମାଲକାନଗିରି ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ଜଣେ ମାଓବାଦୀର ମୃତ୍ୟୁ ଥିବା ସୂଚନା ମିଳିଛି । ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିଥିଲା ।

ଏହାପରେ ମାଲକାନଗିରି ଡିଭିଏଫ ଓ ଏସଓଜି ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଲଞ୍ଚ କରାଯାଇଥିଲା । ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିବାରୁ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ ।

ଏଥିରେ ଜଣେ ମାଓନେତା ମୃତ୍ୟୁବରଣ କରିଥିବା ବେଳେ ଗୋଟିଏ ବନ୍ଧୁକ ମଧ୍ୟ ଜବତ ହୋଇଛି । ବର୍ତ୍ତମାନ ମଧ୍ୟ ସମ୍ପୃକ୍ତ ଅଞ୍ଚଳରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ଜଣାପଡ଼ିଛି ।