Monday, November 16, 2026
Home ଆଞ୍ଚଳିକ 15 ରେ ଗଭୀର ଅବପାତର ରୂପ ନେଇ ଉପକୂଳ ଛୁଇଁବ ଲଘୁଚାପ

15 ରେ ଗଭୀର ଅବପାତର ରୂପ ନେଇ ଉପକୂଳ ଛୁଇଁବ ଲଘୁଚାପ

4

୧୨/୧୦/୨୧ (ଜିଲ୍ଲା ଖବର) :  ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଧିରେ ଧିରେ ଘନିଭୂତ ହେବାରେ ଲାଗିଛି । ଆସନ୍ତାକାଲିକୁ ଏହା ଲଘୁଚାପର ରୂପ ନେବ ବୋଲି ଜଣାପଡିଛି ।

ଯାହା ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହିତ 15 ତାରିଖକୁ ଗଭୀର ଅବପାତର ରୂପ ନେଇ ଉପକୂଳ ଛୁଇଁବ । ବିଶେଷ କରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶାରେ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି ଜଣାପଡିଛି ।

ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି । ଅନ୍ୟପଟେ ଦୀର୍ଘ 4 ମାସ ଧରି ଓଡିଶାରେ ସକ୍ରିୟ ଥିବା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୂ କିଛି ସ୍ଥାନରୁ ପ୍ରତ୍ୟାବର୍ତ୍ତନ କରିବା ଆରମ୍ଭ କରିଛି ।

ଆଗାମୀ ଦିନେ ଦୁଇଦିନ ମଧ୍ୟରେ ଓଡିଶାରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଶେଷଜ୍ଞ ସୂଚନା ଦେଇଛନ୍ତି ।