
ଭୁବନେଶ୍ୱର,୧୬/୧୦/୨୧ (ଜିଲ୍ଲା ଖବର) : ୭୬ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନଙ୍କ ଦୀର୍ଘ ଓ ନିରାମୟ ଜୀବନ ସମସ୍ତେ କାମନା କରୁଛନ୍ତି। ୧୯୪୬ ମସିହା ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ । ସେପଟେ ଜନ୍ମଦିନ ନପାଳିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।
ଏହାସହ ନବୀନ ନିବାସ ନଆସିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ନବୀନଙ୍କ ଜନ୍ମଦିନରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣଭ । ଟ୍ୱିଟ୍ କରି ଅଶ୍ୱନୀ ଲେଖିଛନ୍ତି, ଓଡିଶାର CMଙ୍କୁ ଶୁଭ ଜନ୍ମଦିନର ଶୁଭେଚ୍ଛା, ପ୍ରଭୁ ଜଗନ୍ନାଥ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଓ ଖୁସି ଦିଅନ୍ତୁ ।


