Monday, November 16, 2026
Home ଆଞ୍ଚଳିକ ରାଜ୍ୟରେ ଡ଼ବଲ ଡୋଜ ଟୀକାକରଣକୁ ନେଇ ବିଜୟ ପାଣିଗ୍ରାହୀଙ୍କ ପ୍ରତିକ୍ରିୟା

ରାଜ୍ୟରେ ଡ଼ବଲ ଡୋଜ ଟୀକାକରଣକୁ ନେଇ ବିଜୟ ପାଣିଗ୍ରାହୀଙ୍କ ପ୍ରତିକ୍ରିୟା

7

୧୮/୧୦/୨୧ (ଜିଲ୍ଲା ଖବର ) :  ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା। ଯାହାକୁ ନେଇ ରାଜ୍ୟବାସୀ ସାମାନ୍ୟ ଚିନ୍ତିତ। ଏଭଳି ସ୍ଥିତିରେ ଟିକାକରଣକୁ ଅଧିକ ପ୍ରାଧାନ୍ୟ ଦିଆଯାଇଛି। ତେବେ ଡବଲ ଡୋଜ ଟିକାକରଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ।

 ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ୩ କୋଟି ୪୦ ଲକ୍ଷ ୭୪ ହଜାର ୪୫୦ ଜଣ ଟୀକା ନେଇଛନ୍ତି। ପ୍ରଥମ ଡୋଜ ନେଇଛନ୍ତି ୨ କୋଟି ୪୧ ଲକ୍ଷ ୫୧ ହଜାର ୬୦୫ ଜଣ। ପ୍ରାୟ ୭୮ ପ୍ରତିଶତ ଲୋକ ପ୍ରଥମ ଡୋଜ ନେଇଛନ୍ତି। ଉଭୟ ଡୋଜ ନେଇଛନ୍ତି ୯୯ ଲକ୍ଷ ୨୨ ହଜାର ୮୪୫ ଜଣ। ପ୍ରାୟ ୩୨ ପ୍ରତିଶତ ଉଭୟ ଡୋଜ ନେଇଛନ୍ତି । ବର୍ତ୍ତମାନ ୨୫ ଲକ୍ଷ ୬୨ହଜାର ୯୧୦ ଡୋଜ ଟୀକା ଉପଲବ୍ଧ ଅଛି।

ଦ୍ୱିତୀୟ ଡୋଜ ନେବାକୁ ୨୪ ଲକ୍ଷ ଲୋକ ବାକି ଅଛନ୍ତି। ଡିସେମ୍ବର ସୁଦ୍ଧା ସମସ୍ତଙ୍କୁ ପ୍ରଥମ ଡୋଜ ଦେବା ଲକ୍ଷ ରହିଛି। ବ୍ରହ୍ମପୁର ଓ ଭୁବନେଶ୍ୱର ମୁନିସିପାଲିଟି ସହ ରିଆମାଲ,ଟିକାବାଲି,ରାଇକିଆ,ଜି ଉଦୟଗିରି,ବେଳଗୁଣ୍ଠା ବ୍ଲକରେ ପ୍ରଥମ ଡୋଜ ଶତ ପ୍ରତିଶତ ହୋଇଛି ଟୀକାକରଣ ।

୩୫୪୦ ଗାଁରେ ବି ଶତପ୍ରତିଶତ ପ୍ରଥମ ଡୋଜ ଟୀକାକରଣ ହୋଇଛି। ଯେଉଁମାନେ ଦ୍ୱିତୀୟ ଟୀକା ନେଇନାହାନ୍ତି ବାରମ୍ବାର ମେସେଜ ଯାଉଛି,ଫୋନ କରାଯାଇଛି, ଆଶା ଓ ଅଙ୍ଗନବାଡି କର୍ମଚାରୀ ଫେସିଲିଟେଟ କରାଯାଉଛି।

ଯେଉଁମାନେ ଟୀକାକରଣ କେନ୍ଦ୍ରକୁ ଆସିବା ସମ୍ପୂର୍ଣ୍ଣ ଅସମର୍ଥ ସେମାନଙ୍କୁ ଘରେ ଟୀକା ଫେସିଲିଟି କରାଯାଉଛି। ଆରଏମଆରସି ଷ୍ଟଡି ଅନୁସାରେ ଲୋକଙ୍କ ଦେହରେ ଭଲ ଆଣ୍ଟିବାଡି ଅଛି। ଦ୍ୱିତୀୟ ଡୋଜ ଟୀକା ନେବା ପରେ ଲୋକଙ୍କୁ ସୁରକ୍ଷା ମିଳୁଛି। ୧୪ ଦିନ ପରେ ଅଧିକ ସୁରକ୍ଷା ଦେଉଛି ଟୀକା ବୋଲି ବିଜୟ ପାଣିଗ୍ରାହୀ କହିଛନ୍ତି।