
ଭୁବନେଶ୍ୱର, ୧୯/୧୦/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୫୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୯୭୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୪ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୩୨ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୭ ଜଣ ପଜିଟିଭ ରହିଛନ୍ତି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୫ ପଜିଟିଭ୍ ଅଛନ୍ତି । କଟକରୁ ୪୧, ସୁନ୍ଦରଗଡ଼ରୁ ୧୮, ସମ୍ୱଲପୁରରୁ ୧୭, ମୟୂରଭଞ୍ଜରୁ ଆଉ ୧୫ ସଂକ୍ରମିତ ହୋଇଛନ୍ତି । ଅନ୍ୟ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୧୫ ଭିତରେ ରହିଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୯୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୪୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୨୭୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୧୭୫୪୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।


