ମମିତା ମେହେର ହତ୍ୟା ଘଟଣାରେ ଉଠୁଛି ପଡୁଛି ସାରା ଓଡିଶା

4

୨୧/୧୦ ୨୧ (ଜିଲ୍ଲା ଖବର ) : ମମିତା ମେହେର ହତ୍ୟା ଘଟଣାରେ ଉଠୁଛି ପଡୁଛି ସାରା ଓଡିଶା । କଳାହାଣ୍ଡି ପରେ ଆଜି ବଲାଙ୍ଗୀରରେ ବିଜେପିର ୧୨ ଘଣ୍ଟିଆ ବନ୍ଦ ଡାକରା । ସକାଳ ୬ଟାରୁ ସଂନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଜେପି ରଣହୁଙ୍କାର ଦେଇଛି ।

ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ୍ ଥିବା ଅଭିଯୋଗ କରିବା ସହ ମମିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି ବଲାଙ୍ଗୀର ଜିଲ୍ଲା ବନ୍ଦ ଡାକରା ଦେଇଛି ବିଜେପି। ଯାନବାହନଠାରୁ ନେଇ ସ୍କୁଲ, କଲେଜ, ଦୋକାନବଜାର ସବୁ କିଛି ବନ୍ଦ କରାଯିବ ବୋଲି ଜିଲ୍ଲା ସଭାପତି ଶିବାଜୀ ମହାନ୍ତି ସୂଚନା ଦେଇଛନ୍ତି । ବନ୍ଦ ପାଳନ ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଖୋଳା ରହିବା ସହ ଜରୁରୀକାଳୀନ ସେବାକୁ ଛାଡ଼ିଦେଲେ ବାକି ସବୁ ବନ୍ଦ କରାଯିବ ବୋଲି ସେ ସୂଚନା ଦିଆଯାଇଛି ।