Sunday, November 15, 2026
Home ଆଞ୍ଚଳିକ ରାଜ୍ୟରେ ଚିହ୍ନଟ ହେଲେ ପିଜିଟିଭ, ୨ ମୃତ

ରାଜ୍ୟରେ ଚିହ୍ନଟ ହେଲେ ପିଜିଟିଭ, ୨ ମୃତ

13

ଭୁବନେଶ୍ୱର,୨୧/୧୦ ୨୧ (ଜିଲ୍ଲା ଖବର ) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା ।  ଆଜି ରାଜ୍ୟରେ ୫୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୦୫୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୧୬ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୨ ଜଣ ପଜିଟିଭ ରହିଛନ୍ତି ।

୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୮ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।