
ଭୁବନେଶ୍ୱର,୨୩/୧୦/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି। ସେହିପରି କରୋନା ମୃତ୍ୟୁରେ ମଧ୍ୟ ଲାଗୁଛି ବ୍ରେକ୍। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୩୦୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ପୁରୀ, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୯୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୫୦୨୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୪୫୧୨୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।


