Sunday, November 15, 2026
Home ଆଞ୍ଚଳିକ ଚିହ୍ନଟ ହେଲେ ୪୪୧ କରୋନା ଆକ୍ରାନ୍ତ

ଚିହ୍ନଟ ହେଲେ ୪୪୧ କରୋନା ଆକ୍ରାନ୍ତ

4

ଭୁବନେଶ୍ୱର,୨୩/୧୦/୨୧ (ଜିଲ୍ଲା ଖବର) :  ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ  ୪୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୭୯୬୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୫ ଜଣ ପଜିଟିଭ ରହିଛନ୍ତି ।

 ୨୬ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୦୫ ଜଣ, କଟକରୁ ୩୭ ଜଣ, ସମ୍ବଲପୁରରୁ ୧୮ ଜଣ,ଜଗତସିଂହପୁରରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ, ଯାଜପୁର ଓ ଭଦ୍ରକ ଜିଲ୍ଲାରୁ ୧୩ ଜଣ ଲେଖାଏଁ,ମୟୂରଭଞ୍ଜ ଓ ରାୟଗଡ଼ା ଜିଲ୍ଳାରୁ ୧୦ ଜଣ ଲେଖାଏଁ, ପୁରୀରୁ ୭ ଜର, ବାଲେଶ୍ବର ଓ ଗଜପତି ଜିଲ୍ଲାରୁ ୬ ଜଣ ଲେଖାଏଁ, ବରଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ, ବୌଦ୍ଧ ଓ କୋରାପୁଟ ଜିଲ୍ଲାରୁ ୪ ଜଣ ଲେଖାଏଁ, ଅନୁଗୁଳ, ଦେବଗଡ଼ ଓ ନୂଆପଡ଼ା ଜିଲ୍ଳାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ଢ଼େଙ୍କାନାଳ, କନ୍ଧମାଳ, କେନ୍ଦୁଝର, ମାଲାକାନଗିରି ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍‌ ପୋଲ୍‌ରୁ ୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।