
ଜାମ୍ମୁ କାଶ୍ମୀର,୨୪/୧୦/୨୧ (ଜିଲ୍ଲା ଖବର ) : ଦୁଇଦିନିଆ ଜାମ୍ମୁ ଓ କାଶ୍ମୀର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇଦିନିଆ ଜାମ୍ମୁ-କାଶ୍ମୀର ଗସ୍ତରେ ଅଛନ୍ତି । ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଦାୟିତ୍ୱ ପାଇବା ପରେ କେନ୍ଦ୍ରମନ୍ତ୍ରୀଙ୍କ ଏହା ପ୍ରଥମ ଜାମ୍ମୁ-କାଶ୍ମୀର ଗସ୍ତ ।
ଆଜି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସାଥୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଇଆଇଟି ଜାମ୍ମୁ କ୍ୟାମ୍ପସର ନୂତନ ଗୃହ ଓ ଅତ୍ୟାଧୁନିକ ସୁବିଧାର ଲୋକାର୍ପଣ କରିବେ ବୋଲି ସୂଚନା ରହିଛି। ଏହା ପରେ ଜମ୍ମୁ-କାଶ୍ମୀରର ଶିକ୍ଷା ବିଭାଗ ସହ ଜଡ଼ିତ ବିଭିନ୍ନ ବିଷୟରେ ଶିକ୍ଷାନୁଷ୍ଠାନର ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଆଲୋଚନା କରିବେ। ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜାମ୍ମୁ କାଶ୍ମୀରର ଉପ ରାଜ୍ୟପାଳ ମନୋଜ ସିହ୍ନାଙ୍କୁ ରାଜଭବନ ଠାରେ ଭେଟି ଆଲୋଚନା କରିବାର ମଧ କାର୍ଯ୍ୟକ୍ରମ ରହିଛି ।



