Sunday, November 15, 2026
Home ଆଞ୍ଚଳିକ କରୋନା ନେଲା ୪ ଜୀବନ

କରୋନା ନେଲା ୪ ଜୀବନ

6

ଭୁବନେଶ୍ୱର,୨୪/୧୦/୨୧ (ଜିଲ୍ଲା ଖବର ) : ରାଜ୍ୟରେ ଆଜି ୪୪୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୪୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୪୧୧ରେ ପହଞ୍ଚିଛି । ସେହିପରି ରାଜ୍ୟରେ ରବିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି।

ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କେନ୍ଦୁଝରରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।