Wednesday, November 11, 2026
Home ଆଞ୍ଚଳିକ ରାଜ୍ୟରେ ୩ ମୁଣ୍ଡ ନେଲା କରୋନା

ରାଜ୍ୟରେ ୩ ମୁଣ୍ଡ ନେଲା କରୋନା

6

ଭୁବନେଶ୍ୱର,୨୫/୧୦/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ମୃତ୍ୟୁ ସଂଖ୍ୟା। ଯାହା ରାଜ୍ୟବାସୀଙ୍କୁ ଆଶ୍ୱସ୍ତ କରିଛି। ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ବି ହ୍ରାସ ପାଇଛି । ଆଜି ରାଜ୍ୟରେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୨ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କେନ୍ଦୁଝର, ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୪୨୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୮୩୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୭୬ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୧ ଜଣ ପଜିଟିଭ ରହିଛନ୍ତି ।