Sunday, November 15, 2026
Home ଆଞ୍ଚଳିକ କରୋନା ନେଲା ୪ ଜୀବନ

କରୋନା ନେଲା ୪ ଜୀବନ

9

ଭୁବନେଶ୍ୱର, ୨୬/୧୦/୨୧ (ଜିଲ୍ଲା ଖବର) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୮,୩୧୬ କୁ ବୃଦ୍ଧି ପାଇଛି।

ତେବେ ଭୁବନେଶ୍ୱରରୁ ଜଣେ, ଜଗତସିଂହପୁର ଜଣେ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଏବଂ ମୟୁରଭଞ୍ଜ ଜିଲ୍ଲାର ଜଣେ ମୃତକ ସାମିଲ ଅଛନ୍ତି। ସେହିପରି ରାଜ୍ୟରେ ଆଜି ୪୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୮୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସର ୬୪ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୯୨୬୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।