Thursday, November 12, 2026
Home ଆଞ୍ଚଳିକ ଆଜି ପୁଣି ଆର୍ଯ୍ୟନଙ୍କ ଜାମିନ୍ ଆବେଦନ ଶୁଣାଣି

ଆଜି ପୁଣି ଆର୍ଯ୍ୟନଙ୍କ ଜାମିନ୍ ଆବେଦନ ଶୁଣାଣି

15

ମୁମ୍ବାଇ,୨୬/୧୦/୨୧ (ଜିଲ୍ଲା ଖବର) : ବଲିଉଡ ଅଭିନେତା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଗିରଫ ହୋଇ ଆର୍ଥର ରୋଡ ଜେଲରେ ଅଛନ୍ତି। ବାରମ୍ବାର ତାଙ୍କର ଜାମିନ୍ ଆବେଦନ ଖାରଜ ହେବା ପରେ ଆଜି ପୁଣି ବମ୍ବେ ହାଇକୋର୍ଟରେ ଆର୍ଯ୍ୟନଙ୍କ ଜାମିନ ଶୁଣାଣି ହେବ। ଅକ୍ଟୋବର ୨୦ ରେ ଏନଡିପିଏସ କୋର୍ଟ ତାଙ୍କ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ, ଏହା ପରେ ଆର୍ଯ୍ୟନ ଖାନଙ୍କ ଓକିଲ ସତୀଶ ମାନଶିନ୍ଦେଙ୍କ ତାଙ୍କ ଟିମ୍ ହାଇକୋର୍ଟରେ ପହଞ୍ଚିଥିଲେ। କୋର୍ଟ ଅକ୍ଟୋବର ୨୬ କୁ ଶୁଣାଣି ତାରିଖ ଘୁଞ୍ଚାଇଥିଲେ ।

ତେବେ ଆର୍ଯ୍ୟନ୍ ଖାନଙ୍କୁ ଆଜି ଜାମିନ ମିଳିବ କି ନାହିଁ ତାହା ଦେଖିବାକୁ ବାକି ରହିଲା ।