
ଭୁବନେଶ୍ୱର,୨୬/୧୦/୨୧ (ଜିଲ୍ଲା ଖବର) : ରାଜ୍ୟରେ ଆଜି ୪୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୮୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସର ୬୪ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୯୨୬୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୯୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୬୨୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୬୨୭୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୬୪୭୦୬୮ସାମ୍ପୁଲ ଟେଷ୍ଟ୍ ହୋଇଛି ।


