
ଭୁବନେଶ୍ୱର,୨୮/୧୦/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୭୫ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୩ ଜଣ ପଜିଟିଭ ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୨୩୦ରେ ପହଞ୍ଚିଛି ।
ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧୧ଜଣ, ବରଗଡ଼ରୁ ୫ଜଣ, ଭଦ୍ରକରୁ ୬ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୪୬ଜଣ, ଦେଓଗଡ଼ରୁ ୭ଜଣ, ଢେଙ୍କାନାଳ ରୁ ୪ଜଣ, ଗଜପତିରୁ ୪ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ୧୦ଜଣ, ଯାଜପୁରରୁ ୧୧ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୩ଜଣ, କେନ୍ଦ୍ରାପଡ଼ାରୁ ୧୦ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୮୯ଜଣ, କୋରାପୁଟରୁ ୨ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୧୪ଜଣ, ନୟାଗଡ଼ରୁ ୪ଜଣ, ନୂଆପଡ଼ା ରୁ ୬ଜଣ, ପୁରୀରୁ ୧୧ଜଣ, ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ଏବଂ ଷ୍ଟେଟ ପୁଲ୍ରୁ ୪୪ଜଣ ରହିଛନ୍ତି ।


