ଆଜି ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା

6

କଳାହାଣ୍ଡି,୨୮/୧୦/୨୧ (ଜିଲ୍ଲା ଖବର) : କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାକୁ ନେଇ ସାରା ରାଜ୍ୟରେ ଏବେ ଅସନ୍ତୋଷର ନିଆଁ ଜଳୁଛି । ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତକୁ ଫାଶି ଦଣ୍ଡାଦେଶ ସହ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ସମ୍ପୃକ୍ତିକୁ ନେଇ ଜୋର ଧରିଛି ପ୍ରତିବାଦ ।

ମନ୍ତ୍ରୀଙ୍କ ଇସ୍ତଫା ଦାବି ସହ ଘଟଣାର ତଦନ୍ତ ଭାର ସିବିଆଇକୁ ଦେବାକୁ ବିଭିନ୍ନ ଦଳ ଓ ସଂଗଠନ ପକ୍ଷରୁ ଦାବି ହେଉଛି । ତେବେ ଏହାର ପ୍ରତିବାଦରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ।

ଫଳରେ ଦୋକାନ ବଜାର, ସରକାରୀ ବେସରକାରୀ ପ୍ରତିଷ୍ଠାନ ସହ ଗାଡି ମଟର ସମ୍ପୁର୍ଣ୍ଣଭାବେ ବନ୍ଦ ରହିଛି । ବିଭିନ୍ନ ଛକମାନଙ୍କରେ ବିଜେପି କର୍ମୀଙ୍କ ଦ୍ବାରା ପିକେଟିଂ କରାଯାଇଥିବା ଦେଖିବାକୁ ମିଲିଛି ।