
ନୂଆଦିଲ୍ଲୀ,୨୮/୧୦/୨୧ (ଜିଲ୍ଲା ଖବର) : ଦେଶରେ ଚିହ୍ନଟ ହେଲେ ୧୬,୧୫୬ କରୋନା ଆକ୍ରାନ୍ତ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୧୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୭୩୩ ମୃତ୍ୟୁ ରେକର୍ଡ କରାଯାଇଛି।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୩୧,୮୦୯ରେ ପହଞ୍ଚିଛି। ସେହିପରି ୭୩୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୬,୩୮୬ରେ ପହଞ୍ଚିଛି।


