
ବ୍ରହ୍ମପୁର,୩୦/୧୦/୨୧ (ଜିଲ୍ଲା ଖବର) : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୩୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୯୬୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୮ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୫୬ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୫ ଜଣ ପଜିଟିଭ ରହିଛନ୍ତି ।


