Sunday, November 15, 2026
Home ଆଞ୍ଚଳିକ କରୋନା ନେଲା ୪ ଜୀବନ

କରୋନା ନେଲା ୪ ଜୀବନ

16

ଭୁବନେଶ୍ୱର,୩୧/୧୦/୨୧ (ଜିଲ୍ଲା ଖବର) : ରାଜ୍ୟରେ ପୁଣି ୪ ମୁଣ୍ଡ ନେଲା ମହାମାରୀ କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୩୩ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ମୟୁରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସେହିପରି ଗତ ୨୪ ଘଣ୍ଟାରେ ୪୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।   ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୪୫୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୦୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୭ ଜଣ ପଜିଟିଭ ରହିଛନ୍ତି ।