
ଭୁବନେଶ୍ୱର, ୩୧/୧୦/୨୧ (ଜିଲ୍ଲା ଖବର) : ରାଜ୍ୟରେ ଚିହ୍ନଟ ହେଲେ ୪୮୮ ନୂଆ କରୋନା ଆକ୍ରାନ୍ତ। ଗତ ୨୪ ଘଣ୍ଟା ମଧ୍ୟରେ ଏହି ୪୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୪୫୭ରେ ପହଞ୍ଚିଛି ।
ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୦୩ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୭ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱରରୁ ୫ଜଣ, ଭଦ୍ରକରୁ ୩ଜଣ, କଟକରୁ ୫୪ଜଣ, ଦେଓଗଡ଼ରୁ ୨ଜଣ, ଢେଙ୍କାନାଳରୁ ୫ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୮ଜଣ, ଜଗତସିଂହପୁରରୁ ୯ଜଣ, ଯାଜପୁରରୁ ୯ଜଣ, ଝାରସୁଗୁଡ଼ାରୁ ୩ଜଣ, କଳାହାଣ୍ଡିରୁ ୨ଜଣ, କେନ୍ଦ୍ରାପଡ଼ାରୁ ୮ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୨୫୦ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୧୯ଜଣ, ନାୟଗଡ଼ରୁ ୨ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୧୫ଜଣ, ରାୟଗଡ଼ାରୁ ୬ଜଣ, ସମ୍ବଲପୁରରୁ ୧୩ଜଣ, ସୁନ୍ଦରଗଡ଼ରୁ ୧୩ଜଣ, ଷ୍ଟେଟ ପୁଲ୍ରୁ ୫୩ଜଣ ରହିଛନ୍ତି ।


