Sunday, November 15, 2026
Home ଆଞ୍ଚଳିକ ୩ ମୁଣ୍ଡ ନେଲା କରୋନା

୩ ମୁଣ୍ଡ ନେଲା କରୋନା

10

ଭୁବନେଶ୍ୱର,୦୧/୧୧/୨୧ (ଜିଲ୍ଲା ଖବର) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୩୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ, ବାଲେଶ୍ୱର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାନୁସାରେ, ଆଜି  ୩୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୭୭୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୩୦ ଜଣ ଲୋକାଲ୍ କେସ୍ ରହିଛନ୍ତି ।