
ଭୁବନେଶ୍ୱର,୦୨/୧୧/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୩୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୧ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୩୬ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୪ ଜଣ ପଜିଟିଭ ରହିଛନ୍ତି । ୨୪ ଘଣ୍ଟାରେ ବାହାରିଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୧୦୦ରେ ପହଞ୍ଚିଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୧୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୧୨୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୯୫୮୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୧୦୭୯୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।


