
୦୬/୧୧/୨୧ (ଜିଲ୍ଲା ଖବର) : ପଞ୍ଚାୟତ ନିର୍ବାଚନ ପାଇଁ ଆଜି ବସିବ ସର୍ବଦଳୀୟ ବୈଠକ । ଦିନ ୧୧ ଟାରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଭାଗୃହରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ । ଭୋଟର ତାଲିକା ପ୍ରସ୍ତୁତି ସହ ସୁରୁଖୁରୁରେ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡାକିଛନ୍ତି ।
ଭୋଟର୍ ତାଲିକା ପ୍ରସ୍ତୁତି ସହ ନିର୍ବାଚନ ପ୍ରକ୍ରିୟା ବାବଦରେ ବୈଠକରେ ଆଲୋଚନା ହେବ । ତା ଆଗରୁ ଚୂଡାନ୍ତ ସଂରକ୍ଷଣ ତାଲିକା ରାଜ୍ୟ ନିର୍ବାଚନ କମିଶନଙ୍କୁ ଦେଇଛି ପଞ୍ଚାୟତିରାଜ ବିଭାଗ । ସର୍ବଦଳୀୟ ବୈଠକରେ ସଂପୃକ୍ତ ରାଜନୈତିକ ଦଳଙ୍କର ସଭାପତି/ସଂପାଦକ କିମ୍ବା ଦଳ ତରଫରୁ ପ୍ରତିନିଧିମାନେ ବୈଠକରେ ଯୋଗ ଦେଇପାରିବେ ବୋଲି କୁହାଯାଇଛି ।


