
ଗଜପତି,୦୬/୧୧/୨୧ (ଜିଲ୍ଲା ଖବର) : ସାରା ରାଜ୍ୟରେ ତେଜିବାରେ ଲାଗିଛି ମମିତା ତାତି। ସନ୍ସାଇନ୍ ପବ୍ଲିକ୍ ସ୍କୁଲ୍ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ପରିବାରକୁ ନ୍ୟାୟ ଏବଂ ହତ୍ୟା ମାମଲାରେ ସମ୍ପୃକ୍ତି ଅଭିଯୋଗରେ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ତେଜୁଛି ଆନ୍ଦୋଳନ।
ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀଙ୍କ ପ୍ରତିବାଦ ଜାରି ରହିଛି। ଏହାରି ଭିତରେ ଆଜି ବିଜେପି ପକ୍ଷରୁ 12 ଘଣ୍ଟିଆ ଗଜପତି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି।



