
ଭୁବନେଶ୍ୱର, ୦୯/୧୧/୨୧ (ଜିଲ୍ଲା ଖବର ) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୦୪୧ରେ ପହଞ୍ଚିଛି ।
ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୨୨ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୮ ଜଣ ପଜିଟିଭ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୨୫୬୬ଜଣ ସୁସ୍ଥ ହୋଇଛନ୍ତି ।


