
୧୪/୧୧/୨୧ (ଜିଲ୍ଲା ଖବର) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୫ ହଜାର ୪୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୪ ହଜାର ୩୦୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨ ହଜାର ୭୪୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।


