Sunday, October 11, 2026
Home ଅପରାଧ ସହକାରୀ ଯନ୍ତ୍ରୀଙ୍କ ଘର ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ସହକାରୀ ଯନ୍ତ୍ରୀଙ୍କ ଘର ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

16

ନୟାଗଡ଼,୧୮/୧୧/୨୧ (ଜିଲ୍ଲା ଖବର) : ନୟାଗଡ଼ ରଣପୁରରେ ଚଢ଼ାଉ। ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ରୁଷିନାଥ ବରାଳଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଉଛି।

ନୟାଗଡ଼, ଖୋର୍ଦ୍ଧା ଏବଂ ଢେଙ୍କାନାଳ ଜିଲ୍ଲାର ୪ ଟି ସ୍ଥାନରେ ୪ଟି ଟିମ୍ ଏକକାଳୀନ ଭିଜିଲାନ୍ସ ଚଢାଉ କରିଛି  । ୪ ଜଣ ଡିଏସପି, ୮ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହଛି।  ବର୍ତ୍ତମାନ ସୁଦ୍ଧା ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା, ଗୋଟିଏ ୪ ଚକିଆ ଗାଡ଼ି ଓ ଗୋଟିଏ ଦୁଇ ଚକିଆ ଗାଡ଼ି ଜବତ ହୋଇଛି।