
କନ୍ଧମାଳ,୨୨/୧୧/୨୧ (ଜିଲ୍ଲା ଖବର) : ଆଜି କନ୍ଧମାଳ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କନ୍ଧମାଳବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼ ବଣ୍ଟନ ସହ ପ୍ରାୟ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଲିକପ୍ଟର ଯୋଗେ ପହଞ୍ଚିବା ପରେ ୧୧ ଟା ୩୦ରୁ ୧୨ଟା ୨୫ ଭିତରେ ସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନ ଓ ସମସ୍ତ ଉଦଘାଟନ କାର୍ଯ୍ୟକ୍ରମ ଶେଷ ହେବାର କାର୍ଯ୍ୟକ୍ରମ ରହିଛି।
କନ୍ଧମାଳ ଜିଲ୍ଲାର ୧ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ BSKY କାର୍ଡ ବଣ୍ଟନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କାର୍ଯ୍ୟକ୍ରମର ତଦାରଖ କରୁଛନ୍ତି ଦଳର ବରିଷ୍ଠ ନେତମାନେ। ସେପଟେ ସୁରକ୍ଷା ଦୃଷ୍ଟିରୁ ପ୍ରାୟ ୧୩ ପ୍ଲାଟୁନ ପୋଲିସ ଫୋର୍ସ, ସମେତ DSP ,ପୋଲିସ ଇନ୍ସପେକ୍ଟର, ସବ ଇନ୍ସପେକ୍ଟରଙ୍କୁ ମୁତୟନ କରାଯାଇଛି। ସେପଟେ ମମିତା ମେହେରଙ୍କୁ ନ୍ୟାୟ ଏବଂ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରାଯିବା ବୋଲି ପୂର୍ବରୁ ବିଜେପି ଏବଂ କଂଗ୍ରେସ ପକ୍ଷରୁ ଘୋଷଣା କରାଯାଇଛି।



