Friday, November 13, 2026
Home ଆଞ୍ଚଳିକ ରାଜ୍ୟରେ କମୁଛି ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା, ଆଜି ଜଣଙ୍କ ମୁଣ୍ଡ ନେଲା କରୋନା

ରାଜ୍ୟରେ କମୁଛି ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା, ଆଜି ଜଣଙ୍କ ମୁଣ୍ଡ ନେଲା କରୋନା

7

ବ୍ରହ୍ମପୁର,୨୨/୧୧/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ଖସୁଛି ସଂକ୍ରମଣ ପାରା ।  ଗତ ୨୪ ଘଣ୍ଟା ମଧ୍ୟରେ ୧୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୧୭୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୪ ଜଣ ରହିଛନ୍ତି ।

ଏହାସହ ଆଜି  ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୪ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଜଣଙ୍କ ବାଲେଶ୍ୱର ଜିଲ୍ଲାର ।