Saturday, November 14, 2026
Home ଆଞ୍ଚଳିକ ଏବେ ଲୋକମାନେ ମାନୁନାହାନ୍ତି କୋଭିଡ ପ୍ରୋଟୋକଲ

ଏବେ ଲୋକମାନେ ମାନୁନାହାନ୍ତି କୋଭିଡ ପ୍ରୋଟୋକଲ

15

୨୫/୧୧/୨୧ (ଜିଲ୍ଲା ଖବର ) : ଲକ୍ଷଣ ବଦଳାଉଛି କରୋନା। ଏବେ ସାମାନ୍ୟ ଥଣ୍ଡା ଜ୍ୱର ହେଲେ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ତେଣୁ ଥଣ୍ଡା ଜ୍ଵର ହେବା ମାତ୍ରେ ତୁରନ୍ତ ଟେଷ୍ଟ କରିବାର ଆବଶ୍ୟକତା ରହିଛି। ଟେଷ୍ଟ କଲେ ନିଜେ ସୁରକ୍ଷିତ ହେବା ସହ ୩୦ ଜଣ ସୁରକ୍ଷିତ ହୋଇପାରିବେ। ସୁନ୍ଦରଗଡ ଓ ବୁର୍ଲ୍ଲ ରେ ସଂକ୍ରମଣକୁ ନେଇ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର।

କାରଣ କିଛି ନିର୍ଦ୍ଦିଷ୍ଟ ପକେଟରେ ସଂକ୍ରମଣ ହେଉଛି। ଭିମସାର ଓ ସୁନ୍ଦରଗଡ ରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେ ଅଞ୍ଚଳକୁ କାଟେଣ୍ଟମେଣ୍ଟ ଯୋନ ଘୋଷଣା କରାଯାଇଛି। ବାହାର ପିଲା ଭୁତରକୁ ପ୍ରବେଶ କରିବେ ନାହିଁ। କି ଭିତର ପିଲା ବାହାରକୁ ଆସିପାରିବେ ନାହିଁ। ୪ ରୁ ୫ ଦିନ ମଧ୍ୟରେ ସଂକ୍ରମଣ ଆୟତ୍ତ କୁ ଆସିବ। ବର୍ତ୍ତମାନ ବାହାରେ କୋଭିଡ ପ୍ରୋଟୋକଲ ଲୋକମାନେ ମନୁନାହାନ୍ତି।

ଯାହାକି ଆଗାମୀ ଦିନରେ ବଡ ବିପଦ ସୃଷ୍ଟି କରିପାରେ। ତେଣୁ ସମସ୍ତ ଜନସାଧାରଣ ସଚେତନ ହେବାର ଆବଶ୍ୟକତା ରହିଛି।  ଆବଶ୍ୟକତା ଠାରୁ ଘରୁ ନବହାରିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର।