Home ଆଞ୍ଚଳିକ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ

6

ପୁରୀ, ୨୯/୧୧/୨୧ (ଜିଲ୍ଲା ଖବର ) : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାନ୍ନ ଧୂପ ବଢି ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦଇତାପତି ମାନେ ଗର୍ଭଗୃହକୁ ପ୍ରବେଶ କରି ଏହି ଗୁପ୍ତ ନୀତିକୁ ସମ୍ପର୍ଣ୍ଣ କରିବେ । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଗୁଆ ସୂଚନା ଦିଆଯାଇଛି ।

ଏଥିପାଇଁ ପ୍ରାୟ ଅପରାହ୍ନ ୪ଟାରୁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ ।