Thursday, November 12, 2026
Home ଆଞ୍ଚଳିକ ୨ ମୁଣ୍ଡ ନେଲା କରୋନା

୨ ମୁଣ୍ଡ ନେଲା କରୋନା

9

୨୯/୧୧/୨୧ (ଜିଲ୍ଲା ଖବର ) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ବି ହ୍ରାସ ପାଇଛି । ଆଜି ରାଜ୍ୟରେ କରୋନା ନେଇଛି ୨ ଜୀବନ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୯ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୨ଜଣ ରହିଥିବା ସୂଚନା ରହିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୮୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।