
ଭୁବନେଶ୍ୱର,୨୯/୧୧/୨୧ (ଜିଲ୍ଲା ଖବର ) : ରାଜ୍ୟରେ କମୁଛି କରୋନା ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୮୮୦ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୧୫ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୫ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୮୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୩୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୮୦୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୬୭୭୭୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।


