Sunday, November 15, 2026
Home ଆଞ୍ଚଳିକ କରୋନାରେ ଜୀବନ ହାରିଲେ ଦୁଇ ଜୀବନ

କରୋନାରେ ଜୀବନ ହାରିଲେ ଦୁଇ ଜୀବନ

10

ଭୁବନେଶ୍ୱର,୦୨/୧୨/୨୧ (ଜିଲ୍ଲା ଖବର ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁନର୍ବାର ବଢୁଥିବା ବେଳେ କିନ୍ତୁ ସ୍ଥିର ରହିଛି  ମୃତ୍ୟୁ ସଂଖ୍ୟା।   ଗତ ୨୪ ଘଣ୍ଟାରେ  ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।  ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୫୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୮୬୯୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୮୪୭୩୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।