Saturday, November 14, 2026
Home ଆଞ୍ଚଳିକ ରାଜ୍ୟରେ ଜିହ୍ନଟ ହେଲେ ୨୫୨ କରୋନା ପଜିଟିଭ୍

ରାଜ୍ୟରେ ଜିହ୍ନଟ ହେଲେ ୨୫୨ କରୋନା ପଜିଟିଭ୍

16

ଭୁବନେଶ୍ୱର,୦୨/୧୨/୨୧ (ଜିଲ୍ଲା ଖବର ) : କିଛି ଦିନ କମିବା ପରେ ପୁଣି ବଢୁଛି କରୋନା ।  ଗତ ୨୪ ଘଣ୍ଟା ମଧ୍ୟରେ ୨୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୫୯୭ରେ ପହଞ୍ଚିଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୪ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୫୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୮୬୯୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୮୪୭୩୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।